ରାଜ୍ୟରେ କଲବଲ କରୁଛି ତାତି,ତାପମାତ୍ରା ବଢ଼ିବା ସାଙ୍ଗକୁ ଗୁଳୁଗୁଳିରେ ହନ୍ତସନ୍ତ ହେଉଛନ୍ତି ଲୋକେ। ତେବେ ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ତାଣ୍ଡବ ରଚିବ କାଳବୈଶାଖୀ। ଆଜି ରାଜ୍ୟର ଅଧାରୁ ଅଧିକ ସ୍ଥାନରେ ସନ୍ଧ୍ୟାରେ କାଳବୈଶାଖୀର ସମ୍ଭାବନା ରହିଛି। ଏନେଇ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଯାଜପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ତି ଓ ବଲାଙ୍ଗୀର ଏପରି ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ଘଡ଼ଘଡ଼ି ବର୍ଷା ସହ କିଛି ସ୍ଥାନରେ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ୪ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ଅନ୍ୟପଟେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କଲବଲ କରିବ ତାତି। ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ।












Leave a Reply