ରାଜ୍ୟରେ ୪ଦିନ ଯାଏଁ କାଳବୈଖାଶୀ: ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆସନ୍ତା ୪ ଦିନ ରାଜ୍ୟରେ ତାଣ୍ଡବ ରଚିବ କାଳବୈଖାଶୀ । ଆଜି ସାରା ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । କାଳବୈଶାଖୀ ନେଇ ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗଂଜାମ, ଗଜପତି, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି । 

ସେହିପରି ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ଏସବୁ ଜିଲ୍ଲାକୁ ଛାଡ଼ି ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଯାହାଫଳରେ ଅସହ୍ୟ ତାତିରୁ ସାମାନ୍ୟ ନିସ୍ତାର ମିଳିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial