ଓଡ଼ିଶା ଉପରେ ପ୍ରଭାବ ପକାଇବ ନାହିଁ ବାତ୍ୟା ଡିଟୱା; ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ।

ଅକ୍ଷର ବ୍ୟୁରୋ: ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ଆଜି ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଶୁଖିଲା ପାଗ ରହିବା ସହ ଘନ କୁହୁଡ଼ି ହେବ । ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବର୍ତ୍ତମାନ ରାଜ୍ୟରେ ଶୀତର ପ୍ରଭାବ କମ୍ ଥିବା ବେଳେ ଆଗାମୀ ୨ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ପରେ ୨ ରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା କମିବା ସହ ପୁଣି ଶୀତ ବଢ଼ିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)