ଅକ୍ଷର ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପ୍ତ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ବାତ୍ୟାର ରୂପ ନେଇ ସ୍ପଷ୍ଟ ଚିତ୍ର ୧୩ ପରେ ଆସିବ ।
ଲଘୁଚାପ ସୃଷ୍ଟି ହେବା ପରେ ମୌସୁମୀର ଅଗ୍ରଗତି ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ରାଜ୍ୟରେ ମେ ମାସ ମଧ୍ୟ ଭାଗରେ କାଳବୈଶାଖୀ, ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ପବନ ଓ ବର୍ଷା ପରିମାଣ ବଢ଼ିପାରେ । ଉପକୂଳ ଜିଲ୍ଲାରେ ସମୁଦ୍ର ଅଶାନ୍ତ ରହିବା ସହ ପବନର ଗତି ବଢ଼ିପାରେ । ପୁଣି ଅସମ୍ଭାଳ ଗୁଳୁଗୁଳି ମଧ୍ୟ ଅନୁଭୂତ ହୋଇପାରେ । ଏପଟେ ଗତକାଲି ବି ରାଜ୍ୟରେ ତାଉ ଦେଖାଇଛି ତାତି । ଖରା ସାଙ୍ଗକୁ ଗୁଳିଗୁଳିରେ ଘାଣ୍ଟି ହେଉଛନ୍ତି ଲୋକେ । ସୋମବାର କାଳବୈଶାଖୀ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ୧୨ ଓ ୧୩ ତାରିଖରେ ମଧ୍ୟ ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ ।














Leave a Reply