ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ । ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ । ଏଥିସହ ସଂଲଗ୍ନ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଛତିଶଗଡ଼ ଆଡ଼କୁ ୪୮ ଘଣ୍ଟା ମଧ୍ୟରେ ଗତି କରିବ । ସେଥିପାଇଁ ରାଜ୍ୟର ୮ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୮ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କଟକ, ଗଞ୍ଜାମ, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନୟାଗଡ଼ ଓ ସମ୍ବଲପୁରକୁ ସତର୍କ ରହିବାକୁ ପରାମର୍ଶ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ବର୍ଷା ଘଡ଼ଘଡ଼ି ସହ ଆଗାମୀ ୩ଘଣ୍ଟା ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।












Leave a Reply