ପାଣିପାଗ ବିଭାଗରୁ ସୂଚନା ମିଳିଛି ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବା ସମ୍ଭାବନା ରହିଛି।
ଫଳରେ କାଲିଠାରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଆକଳନ କରାଯାଇଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ସୃଷ୍ଟି ହୋଇଛି ଏକ ଲଘୁଚାପ; ୧୧ଯାଏଁ ବର୍ଷା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ












Leave a Reply