ବଙ୍ଗୋପସାଗରରେ ସୃଷ୍ଟି ହେଉଛି ପୁଣି ଏକ ଲଘୁଚାପ; ୨୩ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ ।

ପୁଣି ଏକ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହେଉଛି ପୁଣି ଏକ ଲଘୁଚାପ । ଆସନ୍ତା ୨୨ ରୁ ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢିବ । ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ପ୍ରଭାବ । ୨୪ ଓ ୨୫ରେ ସବୁଠୁ ଅଧିକ ବର୍ଷା ସମ୍ଭାବନା ରହିଛି ।

ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଲଘୁଚାପଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ । ପରବତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବାକୁ ଥିବାରୁ ଏହାର ସୀମାନ୍ତବର୍ତ୍ତୀ ଓଡ଼ିଶା ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)