ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ।

ଆଜି ସୃଷ୍ଟି ହେବ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟଟି ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବା ସମ୍ଭାବନା ପ୍ରଭାବ‌ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା । ଘନୀଭୂତ ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରୂପ ନେବା ଆଶଙ୍କା। ଲଘୁଚାପଟି ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିପାରେ । ଉତ୍ତର ଓଡ଼ିଶା ଓ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ସମ୍ଭାବନା । ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ସାରା ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)