ଆସନ୍ତା ୨୫ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର; ୨୯ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ।

ଆସୁଛି ବଡ଼ ବର୍ଷା । ଆସନ୍ତା ୨୫ରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ସମ୍ଭାବନା । ମିଆଁମାର-ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇପାରେ ନୂଆ ଲଘୁଚାପ କ୍ଷେତ୍ର । ୨୬ରୁ ବଦଳିବ ପାଗ । ୨୯ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ୨୭ ଓ ୨୮ରେ ସବୁଠାରୁ ବେଶି ବର୍ଷା ଆଶଙ୍କା କରାଯାଉଛି । ମହାନଦୀରେ ବି ଅଧିକ ବର୍ଷା ହୋଇପାରେ । ଆସନ୍ତା ୨୩ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ୨୬ ତାରିଖ ବେଳକୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧିବ । ଏହା ଘନୀଭୂତ ହୋଇ ୨୭ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବ ଏବଂ ଓଡ଼ିଶା ଉପକୂଳ ଦେଇ ସ୍ଥଳଭାଗରେ ପ୍ରବେଶ କରିବ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)