ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ । ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ହେବ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ପୂର୍ବ କେନ୍ଦ୍ରୀୟ ଆରବସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଂଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି।
ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର ଦିଗରେ ଗତି କରିବ। ପରେ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ଆକଳନ କରାଯାଇପାରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଆଜି କିଛି ଜିଲ୍ଲାରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି।












Leave a Reply