ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ; ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନ ବନ୍ଦ ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଏନେଇ ସୂଚନା ଦେଲା ଶ୍ରୀମନ୍ଦିର ପ୍ରଶାସନ।

ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ ଯଦି କେହି ସେବାୟତ କି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବଶତଃ ଶରୀରରୁ ରକ୍ତ ପଡେ କିମ୍ବା ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ । ଏହାପରେ ଠାକୁରଙ୍କର ମହାସ୍ନାନ କରାଯାଇଥାଏ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)