ଅକ୍ଷର ବ୍ୟୁରୋ: ଓଡ଼ିଶାରେ ପୁଣି ସକ୍ରିୟ ହୋଇଛି ବର୍ଷା। ଆଜି ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟର ପାଗରେ ବଡ଼ ପରିବର୍ତ୍ତନ ଆସିବା ସହ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବାର ପୂର୍ବାନୁମାନ କରାଯାଇଛି। ଆଜି ସକାଳ ୮ଟା ୩୦ ମିନିଟ୍ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।ଏହି ଜିଲ୍ଲଗୁଡିକ ହେଉଛି ବରଗଡ଼, ଝାରସୁଗୁଡା, ସୁନ୍ଦରଗର, ସମ୍ବଲପୁର। ଏହାଛଡା ବାକି ୨୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି| ଅନ୍ୟପଟେ ବାକି ୨୬ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆକଳନ ରହିଛି।
ବିଶେଷକରି ପଶ୍ଚିମ ଓଡ଼ିଶା, ଉତ୍ତର ଓଡ଼ିଶା ଏବଂ ଉତ୍ତର-ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ। ଏହି ଅଞ୍ଚଳଗୁଡ଼ିକରେ ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଆଗାମୀ ୫ ଦିନ ପାଇଁ ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଗ ଅସ୍ଥିର ରହିପାରେ। ବର୍ଷା ସହ ସମୁଦ୍ର ପରିସ୍ଥିତି ଅନୁକୂଳ ନଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ସମୁଦ୍ରରେ ପାଗ ଖରାପ ହେବାର ସମ୍ଭାବନା ଥିବାରୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢ଼ିଛି ବର୍ଷାର ପ୍ରକୋପ। ଅରେଞ୍ଜ୍ ଓ ୟେଲୋ ୱାର୍ଣ୍ଣିଂ ସହ ୫ ଦିନିଆ ବର୍ଷା ପୂର୍ବାନୁମାନ ଓ ବଜ୍ରପାତ ସତର୍କତା ମଧ୍ୟରେ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ।












Leave a Reply