ମାଲକାନଗିରିରେ ଚାଞ୍ଚଲ୍ୟ: ଇଲେକ୍ଟ୍ରିକ୍ ଦୋକାନରୁ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅକ୍ଷର ବ୍ୟୁରୋ: ମାଲକାନଗିରି ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସଦର ଅଞ୍ଚଳର ଡିଏନକେ ନିକଟରେ ଥିବା ଏକ ଇଲେକ୍ଟ୍ରିକ୍ ଦୋକାନରୁ ଦୋକାନ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ହରିଶ କୁମାର ରାଉତ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।

ସୂଚନା ଅନୁସାରେ, ଗତକାଲି ଅପରାହ୍ନରେ ହରିଶ କୁମାର ରାଉତଙ୍କୁ ତାଙ୍କ ଦୋକାନ ଭିତରେ ଝୁଲନ୍ତା ଅବସ୍ଥାରେ ଦେଖିବା ପରେ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ମାଲକାନଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିଥିଲା। ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ଘଟଣା ବୋଲି ସନ୍ଦେହ କରାଯାଉଥିଲେ ମଧ୍ୟ, ଆତ୍ମହତ୍ୟା ପଛରେ ପ୍ରକୃତ କାରଣ କ’ଣ ରହିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କେଉଁ ପରିସ୍ଥିତିରେ ହରିଶ ଏପରି ଚରମ ପଦକ୍ଷେପ ନେଲେ, ସେନେଇ ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଆରମ୍ଭ କରିଛି।

ଶବ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଓ ପୁଲିସ ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)