ସାଲେପୁର ଗଦି ତିଆରି କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ; ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ଅକ୍ଷର ବ୍ୟୁରୋ: କଟକ ଜିଲ୍ଲା ସାଲେପୁର ରାସ୍ତା ପଦମପୁର ଅଞ୍ଚଳରେ ଥିବା ଏକ ଗଦି ଫ୍ୟାକ୍ଟ୍ରିରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ନିଆଁରେ ପ୍ରାୟ୧୦ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବାହିନୀର ଛଅଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ବହୁ ସମୟ ଧରି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ । ପ୍ରାୟ ତିନି ଘଣ୍ଟାର ଉଦ୍ୟମ ପରେ ନିଆଁ ଲିଭିଥିଲା । ପ୍ରାଥମିକ ତଦନ୍ତରୁ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)