ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ; ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ।

ଅକ୍ଷର ବ୍ୟୁରୋ: ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ଆରମ୍ଭ ହୋଇଯାଇଛି । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଜିଲ୍ଲାପାଳ, ଏସପି, ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ରହିବେ । ସୂଚନା ଅନୁସାରେ ବୈଠକରେ ମହାପ୍ରଭୁଙ୍କର ରତ୍ନ ଅଳଙ୍କାରର ଗଣତି ମଣତି କେବେ ହେବ ସେନେଇ ବିସ୍ତୃତ ଆଲୋଚନା ହେବ । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ଆଲୋଚନା କରାଯିବ ।

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରତ୍ନ ଅଳଙ୍କାର ଗଣତିମଣତି କେବେ ହେବ ତା ଉପରେ ହେବ ବିସ୍ତୃତ ଆଲୋଚନା । ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା । ନାଟମଣ୍ଡପରେ ଦର୍ଶନ ପାଇଁ କାଠ ରାମ୍ପକୁ ଦେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ । ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ହେବ ଆଲୋଚନା । ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବକମିଟିର ବିବରଣୀ ଉପରେ ହେବ ଆଲୋଚନା । ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ହେବ ଆଲୋଚନା । ଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ, ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ନିର୍ମାଣ, ରଘୁନନ୍ଦନ ଲାଇବ୍ରେରୀ ନିର୍ମାଣ, ଶ୍ରୀମନ୍ଦିର ସେବକ ବାସଗୃହ, ଶ୍ରୀମନ୍ଦିର ୭୫ ମିଟର ଜୋନ୍ ବାହାରେ ଅନ୍ନ କ୍ଷେତ୍ର ନିର୍ମାଣ, ହୋମଯଜ୍ଞ ପ୍ରକଳ୍ପ, ନାମଯଜ୍ଞ ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାର୍ଯ୍ୟର ଅଗ୍ରଗତି ଉପରେ ହେବ ଆଲୋଚନା । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)