ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ, ନୂଆ ୟୁନିଫର୍ମ ଏବଂ ନୂଆ ଆଇ କାର୍ଡ: ଉପମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ । ତା’ସହ ନୂଆ ୟୁନିଫର୍ମ ଏବଂ ନୂଆ ଆଇ କାର୍ଡ ବି ଦିଆଯିବ । ଉତ୍କଳ ଦିବସରୁ ଏହା ମିଳିବ ବୋଲି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ମିଶନ ଶକ୍ତି ଭବନ ଠାରେ ଆୟୋଜିତ ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ୪୬ ହଜାର ସିଆରପିଙ୍କୁ ମିଳିବ ସ୍ମାର୍ଟ ଫୋନ । ମିଶନ ଶକ୍ତି ମହିଳାଙ୍କୁ ଦିଆଯିବାକୁ ଥିବା ଶାଢୀରେ ରହିବ ଓଡ଼ିଆ ଅସ୍ମିତାର ଝଲକ । ମହିଳା ସଶକ୍ତିକରଣ ଏବଂ ମାଆମାନଙ୍କର ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି । ଏହା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଭିତ୍ତିକୁ ସୁଦୃଢ଼ କରିବା ସହିତ ଅଧିକ ବଜାର ସୁଯୋଗ ସୃଷ୍ଟି କରି ମହିଳା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରୁଛି ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ନୂଆ ସରକାର ଆସିବା ପରେ ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇଛି । ପୂର୍ବରୁ ତିନୋଟି ପର୍ଯ୍ୟାୟରେ ୩୧୮ କୋଟି ୩୦ ଲକ୍ଷ ୧୬ ହଜାର ୬୪୫ ଟଙ୍କା ଦିଆଯାଇଛି । ୫ ଲକ୍ଷ ୪୪ ହଜାର ୪୯୩ ଗୋଷ୍ଠୀଙ୍କୁ ଏହି ସହାୟତା ପ୍ରଦାନ କରାଯାଇଛି । ୨ ଲକ୍ଷ ୮୦ହଜାର ୫୮୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟି ୬୬ ଲକ୍ଷ ୩୮ ହଜାର ୨୫୨ ଟଙ୍କା ଫେରସ୍ତ କରାଯାଇଛି । ଗୋଷ୍ଠୀ ମାନଙ୍କ ଉପରେ ସୁଧ ପରିଶୋଧର ଭାର ହ୍ରାସ କରିବା ପାଇଁ ଓଡିଶା ସରକାର ସ୍ୱୟଂ ସହାୟକ ଗୋଷ୍ଠୀ ନେଉଥିବା ବ୍ୟାଙ୍କଋଣ ରାଶିକୁ ବୃଦ୍ଧି କରିବା ସହ ୧୦ ଲକ୍ଷ ପର୍ଯ୍ୟନ୍ତ ଋଣରେ ବାର୍ଷିକ ସୁଧ ହାରକୁ ଶୂନ୍ୟ ପ୍ରତିଶତକୁ ଆଣିଛନ୍ତି । ଏହି ସୁଧ ଫେରସ୍ତ ରାଶି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଖାତାକୁ ସିଧା ସଳଖ ଯାଇଥାଏ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)