ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ହେବ ପୁନର୍ବିଚାର; ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ।

ଅକ୍ଷର ବ୍ୟୁରୋ: ଓଡ଼ିଶାରେ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ନିଷ୍ପତ୍ତିକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ପରେ ଏବେ ଏହା ଉପରେ ପୁନର୍ବିଚାର କରିବାକୁ ଦାବି ଜୋର ଧରିଛି । ଗୁରୁବାର ଦିନ ବିଜେପି ବିଧାୟକ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦରମା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରିଛନ୍ତି । ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଲୋକମତକୁ ସମ୍ମାନ ଜଣାଇ ଦରମା ବୃଦ୍ଧି ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାକୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ଜନସାଧାରଣଙ୍କ ଭାବନାକୁ ଗୁରୁତ୍ୱ ଦେଇ ଏହି ପଦକ୍ଷେପ ନିଆଯାଇଛି । ସୂଚନାଯୋଗ୍ୟ ଯେ, ଗତ ଡିସେମ୍ବର ୯ ତାରିଖରେ ଶୀତକାଳୀନ ଅଧିବେଶନ ସମୟରେ ବିଧାନସଭାରେ ସର୍ବସମ୍ମତି କ୍ରମେ ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ବିଲ୍ ପାରିତ ହୋଇଥିଲା । ଏଥିରେ ବିଧାୟକଙ୍କ ମୋଟ ଦରମା ଓ ଭତ୍ତା ୧ ଲକ୍ଷ ଟଙ୍କାରୁ ବୃଦ୍ଧି ପାଇ ୩ ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଥିଲା । ଅର୍ଥାତ୍ ଦରମା ପ୍ରାୟ ତିନି ଗୁଣ ବଢ଼ିଥିଲା । ଏହା ସହିତ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ରାଶିରେ ମଧ୍ୟ ବୃଦ୍ଧି ଘଟିଥିଲା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)