ପୁଣି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ୨୭ରେ ସାଧାରଣ ସଭାକୁ ସମ୍ବୋଧିତ କରିବା ପାଇଁ ଝାରସୁଗୁଡ଼ା ଅଭିମୁଖେ ଆସିବେ ମୋଦୀ । ମୋଦିଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା । ପୂର୍ବ ନିର୍ଦ୍ଧାରିତ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୭ ତାରିଖରେ ବ୍ରହ୍ମପୁର ଗସ୍ତ କରିଥାନ୍ତେ । ଏଥିପାଇଁ ଜୋରଦାର ପ୍ରସ୍ତୁତି କରାଯାଇଥିଲା । ବ୍ରହ୍ମପୁରରେ ମୋଦୀଙ୍କ କାର୍ଯ୍ୟକ୍ରମ ପାଇଁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ଗତ ୨୦ ତାରିଖ ଦିନ ବ୍ରହ୍ମପୁର ଗସ୍ତ କରିଥିଲେ । ସେଠାରେ ସେ ସମୀକ୍ଷା କରିଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ଅନିବାର୍ଯ୍ୟ ବଶତଃ ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଯାଇଥିଲା । ଖାଲି ସେତିକି ନୁହେଁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏହି କାର୍ଯ୍ୟକ୍ରମର ସ୍ଥାନ ବଦଳିପାରେ ବୋଲି ମଧ୍ୟ ଚର୍ଚ୍ଚା ହେଉଥିଲା । ସେହି ସମୟରେ କୁହାଯାଉଥିଲା ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାରସୁଗୁଡ଼ାର ଅମୁଲିପାଲି ପଡ଼ିଆରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ । ଆସନ୍ତା ୨୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପଛକୁ ପଛ ଲଘୁଚାପ ଥିବାରୁ ମୋଦୀଙ୍କ ବ୍ରହ୍ମପୁର କାର୍ଯ୍ୟକ୍ରମ ବାତିଲ କରାଯାଇଛି ବୋଲି ଚର୍ଚ୍ଚା ହୋଇଥିଲା ।
ଆସନ୍ତା ୨୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।












Leave a Reply