ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ; ଭାରତୀୟ ପାଣିପାଗ ବିଭାଗର ସୂଚନା।

ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି। ଆଣ୍ଡାମାନ ସାଗରରେ ପାଦ ଥାପିବା ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ।

ତେବେ ଏଥର ସଅଳ ଆସିଛି ମୌସୁମୀ ବାୟୁ । ୧୩ ତାରିଖ ଦିନ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବା ନେଇ ପୂର୍ବରୁ ଆକଳନ କରିଥିଲା ପାଣିପାଗ ବିଭାଗ। ମେ’ ୧୩ରେ ଆଣ୍ଡାମାନ ଛୁଇଁବା ପରେ ମୌସୁମୀ ମେ’୨୭ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସାଧାରଣତଃ ମୌସୁମୀ ବାୟୁ ଜୁନରେ କେରଳ ପହଞ୍ଚି ଥାଏ। କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଯଦି ମୌସୁମୀ ମେ’୨୭ ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ଏହା ପ୍ରଥମ ଥର ହେବ। ୨୦୦୯ରେ ମୌସୁମୀ ମେ’୨୩ ରେ କେରଳରେ ପହଞ୍ଚି ଥିଲା।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)