ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।

ଏଥର ସଅଳ ଓଡ଼ିଶା ଛୁଇଁଲା ମୌସୁମୀ । ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ । ପ୍ରଚଣ୍ଡ ଖରା ଓ ଅସହ୍ୟ ଗରମ ପରେ ବୁଧବାର ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ଛୁଇଁଥିବା ଜଣାପଡ଼ିଛି ଯାହାପ୍ରଭାବରେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି । ୧୯୯୯ମସିହା ୨୮ ମେ’ରେ ସଅଳ ମୌସୁମୀ ଓଡ଼ିଶା ଛୁଇଁଥିଲା । ସେହିପରି  ୨୦୦୯ରେ ମେ’ ୨୫ ତାରିଖରେ ମୌସୁମୀ ଓଡ଼ିଶା ଛୁଇଁଥିଲା। ଏଥର ପାଗ ଅନୁକୂଳ ଥିବାରୁ ଶୀଘ୍ର ମୌସୁମୀ ଓଡ଼ିଶା ଛୁଇଁଥିବା ଜଣାଯାଇଛି। 

ସୂଚନାଯୋଗ୍ୟ, ୨୪ ମେ’ରେ କେରଳ ଛୁଇଁଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ସ୍ୱାଭାବିକ ତାରିଖର ୮ ଦିନ ପୂର୍ବରୁ କେରଳ ଛୁଇଁଥିଲା ମୌସୁମୀ । ସାଧାରଣତଃ ଜୁନ୍‌ ୧ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥାଏ । କିନ୍ତୁ ଏଥର ୧୬ ବର୍ଷ ପରେ ମୌସୁମୀ ସଅଳ କେରଳ ଛୁଇଁଥିଲା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)