ନୂଆଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ ।

ଅକ୍ଷର ବ୍ୟୁରୋ: କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ୩ଟି ମୁଖ୍ୟ ଦାବି ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ବେଗୁନିଆ, ସୁନାଖେଳା ଓ ପୁବୁଶାହୀରେ ୩ଟି ବାଇପାସ୍ ନିର୍ମାଣ ପାଇଁ ଦାବି । ଖୋର୍ଦ୍ଧା-ନୟାଗଡ଼ ରାସ୍ତା ପ୍ରାୟ ୬୫ କି.ମି.କୁ ୪ ଲେନ୍ କରିବା । ଏନ୍‌ଏଚ୍ ୫୭ର ଅତ୍ରି ଓ ବାଘମାରି ନିକଟରେ ଅଣ୍ଡରପାସ୍ ନିର୍ମାଣ । ୩ଟି ବାଇପାସ୍ ଓ ଅଣ୍ଡରପାସ୍ ନିର୍ମାଣକୁ ଅନୁମୋଦନ ମିଳିଛି ବୋଲି କହିଛନ୍ତି ଅପରାଜିତା । ପ୍ରାୟ ୧୧୧ କୋଟି ଟଙ୍କାରେ ତିଆରି ହେବ ବାଇପାସ୍ ଓ ଅଣ୍ଡରପାସ୍’ । ଖୋର୍ଦ୍ଧା-ନୟାଗଡ଼ ରାସ୍ତା ୪ ଲେନ୍ ଯଥାବିଧି ପ୍ରକ୍ରିୟା ଅନୁସାରେ କରାଯିବା ନେଇ ପ୍ରସ୍ତାବ ରଖିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)