ଅକ୍ଷର ବ୍ୟୁରୋ: ପୁଣି ଆଇସିୟୁରେ ଭର୍ତ୍ତି ହେଲେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । ଏମ୍ସ ପକ୍ଷରୁ ସୂଚନା । ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହୋଇଥିବାରୁ ପୁଣିଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ଗତ ୨୪ ଘଣ୍ଟାରେ ତାଙ୍କର ସ୍ଥିତି ଅଧିକ ଖରାପ ହୋଇଥିବା ସୂଚନା ଦେଇଛି ଭୁବନେଶ୍ୱର ଏମ୍ସ । ତେବେ ସେପ୍ଟେମ୍ବର ୪ରୁ ଏମ୍ସରେ ଚିକିତ୍ସିତ ହେଉଛନ୍ତି ଅଭିଜିତ୍ । ଅଗଷ୍ଟ ୨୭ରେ ଗଣେଶ ପୂଜା ସମୟରେ ସଙ୍ଗୀତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ସମସ୍ୟା ଅନୁଭବ କରିବା ପରେ ଅଭିଜିତ୍ଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟ ଏକ ଘରୋଇ ହସ୍ପିଟାଲର ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା । ସେପ୍ଟେମ୍ବର ୪ରେ ତାଙ୍କୁ ଏମ୍ସ-ଭୁବନେଶ୍ୱରକୁ ରେଫର କରାଯାଇଥିଲା, ଯେଉଁଠାରେ ତାଙ୍କୁ ହାଇପରଟେନସନ, ହାଇପୋଥାଇରଏଡିଜମ ଓ କ୍ରନିକ ଯକୃତ ରୋଗ ସମେତ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଚିହ୍ନଟ ହୋଇଥିଲା ।
ପୁଣି ଆଇସିୟୁରେ ଭର୍ତ୍ତି ହେଲେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ।












Leave a Reply