କଟକ SCB ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ଶୋକପ୍ରକାଶ କଲେ ନବୀନ ପଟ୍ଟନାୟକ ।

ଅକ୍ଷର ବ୍ୟୁରୋ: SCB ଟ୍ରମା କେୟାର ସେଣ୍ଟର ICUରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୦ ରୋଗୀଙ୍କ ଜୀବନ ଯାଇଥିବାବେଳେ ୧୧ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି । ଏହି ଅଭାବନୀୟ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି ପୋଲିସ କମିଶନର । ତେବେ ଘଟଣାକୁ ନେଇ ଶୋକପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା । ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ନବୀନ । ସେ ଟ୍ୱିଟ୍ କରି ଲେଖିଛନ୍ତି, କଟକ ଏସ୍‌ସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ । ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି । ଏଥିସହ ଅଗ୍ନିକାଣ୍ଡରେ ଗୁରୁତର ଆହତ ହୋଇଥିବା ଲୋକଙ୍କ ଆଶୁଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାର ସମସ୍ତ ଆହତଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ସୁନିଶ୍ଚିତ କରନ୍ତୁ । ଏପଟେ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ପହଞ୍ଚି ସହାୟତା ଯୋଗାଇ ଦେବାକୁ କଟକର ମେୟର ଏବଂ ଟାଙ୍ଗୀ ଚୌଦ୍ୱାର ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)