ରାଜ୍ୟରେ ନୂଆ କରି ନିର୍ମାଣ ହେବ ଜିଲ୍ଲାପାଳ କାର୍ଯ୍ୟାଳୟ; ଏଣିକି ଜିଲ୍ଲପାଳଙ୍କ କାର୍ଯ୍ୟାଳୟରେ ଯୋଡି ହେବ ଉପ-ଜିଲ୍ଲାପାଳ କାର୍ଯ୍ୟାଳୟ ।

ଅକ୍ଷର ବ୍ୟୁରୋ: ରାଜ୍ୟରେ ନୂଆ କରି ନିର୍ମାଣ ହେବ ଜିଲ୍ଲାପାଳ କାର୍ଯ୍ୟାଳୟ । ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡ଼ିକର ନୂଆ ମଡେଲ ଅନୁସାରେ ତିଆରି ହେବ । ଏନେଇ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି । ଏଣିକି ଜିଲ୍ଲପାଳଙ୍କ କାର୍ଯ୍ୟାଳୟରେ ଯୋଡି ହେବ ଉପ-ଜିଲ୍ଲାପାଳ କାର୍ଯ୍ୟାଳୟ । ମଡେଲ ଯୋଜନା ଅନୁଯାୟୀ ନୂଆ କଲେକ୍ଟରେଟ୍ କୋଠା ନିର୍ମାଣ ହେବ । କଲେକ୍ଟରେଟ୍ କୋଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯୋଡ଼ାଯିବ । ସେଥିଲାଗି ଜିଲ୍ଲାଗୁଡ଼ିକୁ ୩ ବର୍ଗରେ ବିଭକ୍ତ କରାଯାଇଛି । ବୃହତ, ମଧ୍ୟମ ଓ କ୍ଷୁଦ୍ର ।

ବୃହତ ବର୍ଗରେ ସମ୍ବଲପୁର, ପୁରୀ, କେଉଁଝର, କଟକ ଓ ମୟୂରଭଞ୍ଜ ଜିଲ୍ଲା ରହିଛି । ମଧ୍ୟମ ବର୍ଗରେ କନ୍ଧମାଳ, ରାୟାଗଡ଼ା, ବାଲେଶ୍ଵର, ଯାଜପୁର, ବଲାଙ୍ଗୀର, ଖୋର୍ଦ୍ଧା, କଳାହାଣ୍ଡି, ଭଦ୍ରକ, ବରଗଡ଼, କେନ୍ଦ୍ରାପଡ଼ା, କୋରାପୁଟ, ଅନୁଗୁଳ, ନବରଙ୍ଗପୁର, ଢ଼େଙ୍କାନାଳ ଓ ଜଗତସିଂହପୁର ଜିଲ୍ଲା ରହିଛି । କ୍ଷୁଦ୍ର ବର୍ଗରେ ନୟାଗଡ଼, ମାଲକାନଗିରି, ନୂଆପଡା, ସୁବର୍ଣ୍ଣପୁର, ଝାରସୁଗୁଡା, ଗଜପତି, ବୌଦ୍ଧ, ଦେଓଗଡ଼ ଜିଲ୍ଲା ରହିଛି । ବୃହତ ଜିଲ୍ଲାରେ ୧ ଲକ୍ଷ ୭୦ ହଜାର ସ୍କୋୟାର ଫୁଟ୍‌ ଜମିରେ ଜିଲ୍ଲାପାଳ କାର୍ଯ୍ୟାଳୟ ନିର୍ମାଣ ହେବ । ମଧ୍ୟମ ଜିଲ୍ଲାରେ ୧ ଲକ୍ଷ ୪୦ ହଜାର ସ୍କୋୟାର ଫୁଟ୍‌ ଜମିରେ ଜିଲ୍ଲାପାଳ କାର୍ଯ୍ୟାଳୟ ନିର୍ମାଣ । କ୍ଷୁଦ୍ର ଜିଲ୍ଲାରେ ୧ ଲକ୍ଷ ସ୍କୋୟାର ଫୁଟ ଜମିରେ ନିର୍ମାଣ ହେବ ଜିଲ୍ଲାପାଳ କାର୍ଯ୍ୟାଳୟ । ସେହିପରି ଭୁବନେଶ୍ୱରରେ ନୂତନ ସ୍ୱତନ୍ତ୍ର ୧୦ ମହଲା ସର୍କିଟ୍ ହାଉସ୍ ନିର୍ମାଣ ହେବ । ଏବଂ ଆଉ ଏକ ରାଜସ୍ୱ ଭବନ ଏବଂ କଟକରେ ନୂତନ ରାଜସ୍ୱ ବୋର୍ଡ ଏବଂ ଆରଡିସି କୋଠା ନିର୍ମାଣ ହେବ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)