ଅକ୍ଷର ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧାନସଭାରେ ନୋଟିସ ବୋର୍ଡରେ ଲାଗିଲା ବିଜ୍ଞପ୍ତି | ଆଜିଠାରୁ ୮ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ୯ ତାରିଖ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ୧୧ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ଜୁନ୍ ୧୮ ତାରିଖ ସକାଳ ୯ରୁ ଅପରାହ୍ଣ ୪ଟା ମଧ୍ୟରେ ଭୋଟ୍ ଗ୍ରହଣ କରାଯିବା ବେଳେ ଅପରାହ୍ଣ ୫ଟାରେ ଭୋଟ୍ ଗଣତି ସହ ଫଳାଫଳ ଘୋଷଣା କରାଯିବ ବୋଲି ଭାରତୀୟ ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।
ରିଟର୍ଣ୍ଣିଂ ଅଫିସର ଭାବେ ବିଧାନସଭା ସଚିବ ସତ୍ୟବ୍ରତ ରାଉତଙ୍କୁ ଦିଆଯାଇଛି ଦାୟିତ୍ବ | ଦେବାଶିଷ ସାମନ୍ତରାୟ ରାଜ୍ୟସଭା ପଦରୁ ଇସ୍ତଫା ଦେବା ପରେ ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଧାନସଭା ସଂଖ୍ୟା ଦୃଷ୍ଟିରୁ ଏହି ଆସନ ବିଜେପି ଖାତାକୁ ଯିବ । କିନ୍ତୁ ଉପ ନିର୍ବାଚନରେ ବିଜେପି କାହାକୁ ପ୍ରାର୍ଥୀ କରୁଛନ୍ତି ତାହାକୁ ଅପେକ୍ଷା ।









Leave a Reply