ଥାନାରେ ହାଜର ହୋଇଛନ୍ତି ଓଏଏସ୍ ସ୍ୱାମୀ; ଦୁଇଦିନ ତଳେ ମହିଳା ଥାନାରେ ସ୍ୱାମୀଙ୍କ ନାଁରେ ଏତଲା ଦେଇଥିଲେ ପତ୍ନୀ ।

ଦୁଇ ଦିନ ପରେ ଥାନାରେ ହାଜର ହୋଇଛନ୍ତି ଓଏଏସ୍ ସ୍ୱାମୀ ସାର୍ଥକ ସୌରଭ ମହାପାତ୍ର । ଦୁଇ ଦିନ ତଳେ ଓଏଏସ୍ ସ୍ୱାମୀଙ୍କ ନାଁରେ ପତ୍ନୀ ମହିଳା ଥାନାରେ ଏତଲା ଦେଇଥିଲେ । ଏନେଇ ମହିଳା ଥାନା ମାମଲା ରୁଜୁ କରି ନୋଟିସ୍ ପଠାଇବା ପରେ ଆଜି ଥାନାରେ ହାଜର ହୋଇଛନ୍ତି ଓଏଏସ୍ ବାବୁ । ଓକିଲଙ୍କ ସହ ମହିଳାଥାନାକୁ ଆସିଥିବା ସାର୍ଥକଙ୍କୁ ପୁଲିସ ପଚରାଉଚରା କରୁଛି । ଗତକାଲି ପତ୍ନୀ ଅର୍ଚ୍ଚନା ଦାଶଙ୍କ ୧୮୦ ବିଏନ୍‌ଏସ୍‌ରେ ବୟାନ ରେକର୍ଡ କରିଥିଲା ଭୁବନେଶ୍ୱର ମହିଳା ଥାନା ପୁଲିସ । ବାହାଘରଠୁ ଆରମ୍ଭ କରି ସନ୍ତାନ ହେବ ପର୍ଯ୍ୟନ୍ତ ଉଭୟଙ୍କ ଭିତରେ କ’ଣ ଘଟିଥିଲା ସେନେଇ ପଚାରି ବୁଝିଥିଲା ପୁଲିସ।

ଗୋଟି ଗୋଟି କରି ସ୍ୱାମୀଙ୍କ ବାବଦରେ ପୁଲିସକୁ ତଥ୍ୟ ଦେଇଛନ୍ତି ଅର୍ଚ୍ଚନା । ସୁଖ ଶାନ୍ତିର ପରିବାର କାହିଁକି ଛାରଖାର ହୋଇଗଲା, ସ୍ୱାମୀ-ସ୍ତ୍ରୀ କାହିଁକି ଅଲଗା ହୋଇଗଲେ ଆଉ ଅର୍ଚ୍ଚନା ଦେଇଥିବା ଅଭିଯୋଗର ତଥ୍ୟ ପ୍ରମାଣ କ’ଣ ରହିଛି, ସେନେଇ ପଚାରି ବୁଝିଛି ପୁଲିସ । ତେବେ ତଥ୍ୟ ପ୍ରମାଣ ଏକାଠି କରିବା ସହ ଓଏଏସ୍ ଅଫିସରଙ୍କୁ ଥାନାକୁ ଡାକି ପଚରାଉଚରା କରିବାର ପ୍ରକ୍ରିୟା ଆରମ୍ଭ କରାଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)