ଆଜି ଓଡ଼ିଶାର ସାମ୍ବାଦିକଙ୍କ ପାଇଁ ଏକ ବଡ଼ ଦିନ । ଆଜିର ଦିନକୁ ଅର୍ଥାତ୍ ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଓଡ଼ିଶା ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଉଛି । ଏହି ଦିନ ଜନ୍ମ ନେଇଥିଲା ଓଡ଼ିଶାର ପ୍ରଥମ ମୁଦ୍ରିତ ଓଡ଼ିଆ ସମ୍ବାଦପତ୍ର ‘ଉତ୍କଳ ଦୀପିକା’। ୧୮୬୬ ମସିହା ଅଗଷ୍ଟ ୪ ତାରିଖ ଦିନ କର୍ମବୀର ଗୌରୀଶଙ୍କର ରାୟ ଓ ବାବୁ ବିଚିତ୍ରାନନ୍ଦ ଦାସଙ୍କ ମିଳିତ ସହଯୋଗରେ ଏକ ସାପ୍ତାହିକ ଖବର କାଗଜ ଭାବେ ଉତ୍କଳ ଦୀପିକା ମୁଦ୍ରିତ ହୋଇଥିଲା । ଆଉ ସେହିଦିନ ପଡ଼ିଥିଲା ଓଡ଼ିଆ ସମ୍ବାଦପତ୍ରର ମୂଳଦୁଆ ।
୧୮୬୬ ଅଗଷ୍ଟ ୪ ଓଡ଼ିଆ ସାମ୍ବାଦିକତା ପାଇଁ ଗୌରବର ଦିନ ଭାବେ ଉଭା ହୋଇଥିଲା। ଏହିଦିନ ଓଡ଼ିଶାର ପ୍ରଥମ ଓଡ଼ିଆ ଖବରକାଗଜ ଭାବେ ‘ଉତ୍କଳ ଦୀପିକା’ ଆତ୍ମପ୍ରକାଶ କରିଥିଲା। ଗୌରୀଶଙ୍କର ରାୟ ଏହାର ପ୍ରଥମ ସମ୍ପାଦକ ଥିଲେ। ପ୍ରଥମେ ଏହା ସାପ୍ତାହିକ ଏବଂ ପରେ ଦୈନିକ ଭାବେ ପ୍ରକାଶିତ ହୋଇଥିଲା, ଯାହା ଓଡ଼ିଆ ସାମ୍ବାଦିକତା ଓ ଖବରକାଗଜ ପ୍ରକାଶନର ନୂଆ ଯୁଗ ଆରମ୍ଭ କରିଥିଲା। ତେଣୁ ପ୍ରତିବର୍ଷ ଅଗଷ୍ଟ ୪କୁ ଓଡ଼ିଆ ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଉଛି।















Leave a Reply