ଆଗାମୀ ସପ୍ତାହେ ଯାଏଁ ଶୀତରେ ଥରିବ ଓଡିଶା; ଅସମ୍ଭାଳ ଶୀତ ଅନୁଭୂତ ହେବା ନେଇ ପାଣିପାଗ ବିଭାଗର ଆକଳନ ।

ଅକ୍ଷର ବ୍ୟୁରୋ: ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ। କାଲୁଆ ପବନ କଲବଲ କରିବ। ଭୋରରୁ ଘନ କୁହୁଡ଼ିର ଆସ୍ତରଣ ବି ବାଟ ଓଗାଳିବ। ଶୀତ ଲହରିରେ ପୂରା ଓଡ଼ିଶା ଥରିବ। ପାଣିପାଗ ବିଭାଗ(ଆଇଏମଡି) ଏହି ଆକଳନ କରିଛି। ରବିବାର ରାଉରକେଲା ଓ ଝାରସୁଗୁଡ଼ାରେ ପାରଦ ୯ ଡିଗ୍ରୀ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ। ଶୁକ୍ରବାର ଜି.ଉଦୟଗିରିରେ ରାତି ତାପମାତ୍ରା ସବୁଠୁ କମ୍ ରହିଥିଲା। ଏଠାରେ ପାରଦ ୫.୬ ଡିଗ୍ରୀ ରହିଥିଲା।

ଘନ କୁହୁଡ଼ି ଯୋଗୁ ଫୁଲବାଣୀରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ କମ୍ ରହିଥିଲା। କୋରାପୁଟ ଓ ଫୁଲବାଣୀରେ ୧୦୦ ମିଟରରୁ କମ୍ ରହିଥିଲା। ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୮ଡିଗ୍ରୀ, ରାଉରକେଲାରେ ୮.୧, ଫୁଲବାଣୀରେ ୮.୫, କେନ୍ଦୁଝରରେ ୯.୪, ଅନୁଗୁଳରେ ୯.୮, ଭବାନୀପାଟଣାରେ ୧୦.୮, ସୁନ୍ଦରଗଡ଼ରେ ୧୦.୬, ବୌଦ୍ଧ ଓ ଢେଙ୍କାନାଳରେ ୧୧.୯, କଟକ ଓ ସୋନପୁରରେ ୧୨.୪, ଭୁବନେଶ୍ୱର ଓ ନବରଙ୍ଗପୁରରେ ୧୩, ବାଲେଶ୍ୱରରେ ୧୩.୧, ଟିଟିଲାଗଡ଼ ଓ ମାଲକାନଗିରିରେ ୧୩.୫ ଡିଗ୍ରୀ ରେକର୍ଡ ହୋଇଛି । ଅନୁଗୁଳ ଓ ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୪.୯ ଡିଗ୍ରୀ କମ୍ ରେକର୍ଡ ହୋଇଥିଲା। ଭୁବନେଶ୍ୱରରେ ସ୍ୱାଭାବିକଠାରୁ ୩.୨ଡିଗ୍ରୀ, ବାଲେଶ୍ୱର ଓ କୋରାପୁଟରେ ୨.୬ ଡିଗ୍ରୀ, ଗୋପାଳପୁରରେ ୧.୭ ଡିଗ୍ରୀ କମ୍ ରେକର୍ଡ ହୋଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)