ଆଜି ଓଡ଼ିଶା ଆସୁଛନ୍ତି ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧକ୍ଷ ହରିବଂଶ ନାରାୟଣ ସିଂହ । ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀରେ ହେବେ ସାମିଲ । ଆଜି ଏବଂ ଆସନ୍ତାକାଲି ଦୁଇଦିନ ଧରି ଲୋକସେବା ଭବନ କନଭେନସନରେ ଏହି ଜାତୀୟ ସମ୍ମିଳନୀ ବସିବ । ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ହେବାକୁ ଯାଉଛି । ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେବେ ।
ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ଜଣ ସଦସ୍ୟ ଯୋଗଦେବେ । ଏହାକୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଉଦଘାଟନ କରିବେ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ । ସାରା ଦେଶରୁ ୨୪୦ରୁ ଅଧିକ ଜନ ପ୍ରତିନିଧି ଏହି ସମ୍ମିଳନୀରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି ।
ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା । ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ । ଏନେଇ ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ ।












Leave a Reply