ଅକ୍ଷର ବ୍ୟୁରୋ: OSRTC ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣା ଘଟିଛି । ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟ ରାଜପଥର ଦୁମୁହାଁଣି ନିକଟରେ ଦୁର୍ଘଟଣା ହୋଇଛି । ୩ ଯାତ୍ରୀଙ୍କ ସହ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି । ବସଟି ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଟ୍ରକଟି ସଂପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି । ପୋଲିସ ଓ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ପରଜଙ୍ଗ ମେଡିକାଲରେ ଭର୍ତ୍ତି କରାଯାଇଛି ।
OSRTC ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା; ୩ ଯାତ୍ରୀ ସହ ଡ୍ରାଇଭର ଗୁରୁତର ।











Leave a Reply