କୋଇଲା ବୋଝେଇ ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍; ଜଣେ ମୃତ,୧୪ ଆହତ

ଅକ୍ଷର ବ୍ୟୁରୋ: ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଲୁହାମୁଣ୍ଡା ଫ୍ଲାଏ ଓଭର ଉପରେ କୋଇଲା ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୪ ଆହତ । ସମସ୍ତଙ୍କୁ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ରାତି ପ୍ରାୟ ଅଢେଇଟା ସମୟରେ ଭୁବନେଶ୍ୱରରୁ ଝାରସୁଗୁଡ଼ା ଅଭିମୁଖେ ଯାଉଥିବା ‘ଦିଲଖୁସ’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ ଏକ କୋଇଲା ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା । ଦୁର୍ଘଟଣା ବେଳେ ବସରେ ପ୍ରାୟ ୨୫ ଜଣ ଯାତ୍ରୀ ଥିଲେ | ଫଳରେ ବସ କଣ୍ଡକ୍ଟରଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ହଣ୍ଡପା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)