ଅକ୍ଷର ବ୍ୟୁରୋ: ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ଅନ୍ତର୍ଗତ ବଜାର ଛକ ନିକଟରେ ଆଜି ସକାଳେ ଏକ ପିକଅପ୍ ଗାଡ଼ି ଓ ମୋଟରସାଇକେଲ ମଧ୍ୟରେ ଧକ୍କା ହେବାରୁ ବାଇକରେ ଥିବା ଦୁଇ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲକୁ ପଠାଇଥିଲେ । ଘଟଣାସ୍ଥଳରେ କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ଖବର ପାଇ ଗଁଦିଆ ପୁଲିସ ପହଞ୍ଚି ଗାଡ଼ି ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଆହତ ଦୁଇ ଜଣଙ୍କ ପରିଚୟ ମିଳିନାହିଁ |
ପିକଅପ୍–ବାଇକ ମୁହାଁମୁହିଁ ଧକ୍କା, ଦୁଇ ଗୁରୁତର












Leave a Reply