ଆଗକୁ ଆସୁଛି ଐତିହାସିକ ବାଲିଯାତ୍ରା; ଆଜିଠୁ ପ୍ଲଟ ଆବଣ୍ଟନ ନିମନ୍ତେ ପଞ୍ଜୀକରଣ କାର୍ଯ୍ୟ ଆରମ୍ଭ ।

ଆଗକୁ ଆସୁଛି ଐତିହାସିକ ବାଲିଯାତ୍ରା । ବାଲିଯାତ୍ରା କଟକ-୨୦୨୫ ଆସନ୍ତା ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ଆବଣ୍ଟିତ ହେବାକୁ ଥିବା ପ୍ଲଟ ନିଲାମ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିୟମ ଓ ସର୍ତ୍ତାବଳୀ ଲାଗୁ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ତଥା ବାଲିଯାତ୍ରା ପ୍ଲଟ ଆବଣ୍ଟନ କମିଟି ଅଧ୍ୟକ୍ଷ ଡ. ଦିବ୍ୟଲୋଚନ ମହାନ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁବାର ପ୍ରେସ୍‌ ବିବୃତିରେ ଏହି ସମ୍ବନ୍ଧୀୟ ସମସ୍ତ ସୂଚନା ଦେଇଛନ୍ତି ।

ସୂଚନା ମୁତାବକ, ପ୍ଲଟ ଆବଣ୍ଟନ ନିମନ୍ତେ ପଞ୍ଜୀକରଣ କାର୍ଯ୍ୟ ୨୬ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଆବେଦନ ଉଭୟ ଅନ୍‌ଲାଇନ ଓ ଅଫଲାଇନ୍‌ ଜରିଆରେ କରାଯିବାକୁ ସ୍ଥିର ହୋଇଛି । ଆବେଦନକାରୀ ପଞ୍ଜୀକରଣ ନିମନ୍ତେ ଆବେଦନପତ୍ର ସହିତ ବାରବାଟୀ ଷ୍ଟାଡିୟମ ସନ୍ନିକଟ ବାରବାଟୀ ପ୍ୟାଲେସଠାରେ ସରକାରୀ ଛୁଟିଦିନ ବ୍ୟତୀତ ନିର୍ଦ୍ଦିଷ୍ଟ ତାରିଖ ମଧ୍ୟରେ ଦୈନିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୫ଟା ମଧ୍ୟରେ ଦାଖଲ କରିପାରିବେ ଓ ପଞ୍ଜୀକରଣ ପତ୍ର ଗ୍ରହଣ କରିପାରିବେ।

ଚଳିତବର୍ଷ ନିଲାମ ପ୍ରକ୍ରିୟା ସର୍ବନିମ୍ନ ୪୦ ଟଙ୍କା, ୫୦ ଟଙ୍କା ଓ ୬୦ ଟଙ୍କା ରଖାଯାଇ ଅକ୍ଟୋବର ୧୩ରୁ ଆରମ୍ଭ କରାଯିବ ବୋଲି ଅତିରିକ୍ତ ଜିଲାପାଳ ଡ. ମହାନ୍ତ ସୂଚନା ଦେଇଛନ୍ତି । ଏତଦ୍ ବ୍ୟତୀତ ଛୋଟ ଛୋଟ ବ୍ୟବସାୟୀମାନଙ୍କୁ ୮୦ ବର୍ଗଫୁଟ ପର୍ଯ୍ୟନ୍ତ ଜାଗା ୧୫୦୦ ଟଙ୍କା ହିସାବରେ ଯୋଗାଇ ଦିଆଯିବାକୁ ସ୍ଥିର କରାଯାଇଥିବା ସେ କହିଛନ୍ତି । କଟକ ସଦର ଉପଜିଲ୍ଲାପାଳ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, କଟକ ସଦର ତହସିଲଦାର ଦେବଦତ୍ତ ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭବାନୀ ଶଙ୍କର ଭୂୟାଁ, ଡେପୁଟି କଲେକ୍ଟର ପ୍ରଜ୍ଞା ପାରମିତା ଥାଟୋଇ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ଐତିହାସିକ କଟକ ବାଲିଯାତ୍ରା ପ୍ଲଟ ଆବଣ୍ଟନ ନିଲାମ ମାଧ୍ୟମରେ କରାଯିବ । ସୋମବାରଠାରୁ ଏହା ଆରମ୍ଭ ହୋଇ ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ମିଳିଛି । ଏପରିକି ୧୦୦ ଟଙ୍କାରେ ଆବେଦନପତ୍ର ମିଳିବ ବୋଲି ଜଣାପଡିଛି । ଲୋକେ ବାରବାଟୀ ପ୍ୟାଲେସରୁ ଆବେଦନପତ୍ର ସଂଗ୍ରହ ଏବଂ ଦାଖଲ କରିପାରିବେ । ଆବେଦନପତ୍ର ଜଣେ ବ୍ୟକ୍ତି/ଅନୁଷ୍ଠାନ ସର୍ବାଧିକ ୩ଟି ପ୍ଲଟ ପାଇଁ ଆବେଦନ କରିପାରିବେ । ପ୍ଲଟ ପିଛା ପ୍ରାରମ୍ଭିକ ପଞ୍ଜୀକରଣ ରାଶି ୫ ହଜାର ଟଙ୍କା ରହିଛି । ଗୋଟିଏ ପ୍ଲଟ ପାଇଁ ଏକାଧିକ ଆବେଦନ ଥିଲେ ନିଲାମ ହେବ ବୋଲି ବଡ଼ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)