ବଳଙ୍ଗା ଥାନା ଅଞ୍ଚଳରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣା। ଦୋଷୀଙ୍କୁ ତୁରନ୍ତ ଗିରଫ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ, ଝିଅ AIIMS ସ୍ଥାନାନ୍ତରିତ। ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ । ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ । ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି । ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ୱର AIIMS ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ବଳଙ୍ଗା ପୋଲିସର ଛାନ ଭିନ୍ ଚାଲିଛି।
ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।












Leave a Reply