ଅକ୍ଷର ବ୍ୟୁରୋ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସେ ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଥିବା ବେଳେ, ତାଙ୍କ ଗସ୍ତକୁ ନେଇ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଓଡ଼ିଶା ଗସ୍ତର ପ୍ରଥମ ଦିନରେ ରାଷ୍ଟ୍ରପତି ସନ୍ଧ୍ୟାରେ କଟକରେ ଅବସ୍ଥିତ ଜଗଦ୍ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଆନୁଷ୍ଠାନିକ ଉଦ୍ଘାଟନ କରିବେ। ଏହି କାର୍ଯ୍ୟକ୍ରମକୁ ରାଜ୍ୟର ଶିକ୍ଷା କ୍ଷେତ୍ର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ଭାବେ ଦେଖାଯାଉଛି।
ଏହି ଗୌରବମୟ ଅବସରରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସମେତ ରାଜ୍ୟ ସରକାରଙ୍କ ବରିଷ୍ଠ ପଦାଧିକାରୀ ଏବଂ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବହୁ ବିଶିଷ୍ଟ ଅତିଥି ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ କଟକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିମାନବନ୍ଦରଠାରୁ କାର୍ଯ୍ୟକ୍ରମ ସ୍ଥଳ ପର୍ଯ୍ୟନ୍ତ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ସହ ଟ୍ରାଫିକ୍ ବ୍ୟବସ୍ଥାକୁ ମଧ୍ୟ ସୁଚାରୁ ଭାବେ ପରିଚାଳନା କରାଯାଇଛି। ରାଷ୍ଟ୍ରପତିଙ୍କ ଏହି ଗସ୍ତ ରାଜ୍ୟର ଶିକ୍ଷା, ଆଧ୍ୟାତ୍ମିକ ଓ ସାମାଜିକ କ୍ଷେତ୍ର ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ବିଶ୍ୱବିଦ୍ୟାଳୟର ଉଦ୍ଘାଟନ ପରେ ସେ ଅନ୍ୟାନ୍ୟ ନିର୍ଦ୍ଧାରିତ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହେବେ।














Leave a Reply