ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷ କରି ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ୱ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଗଭୀର କୃତଜ୍ଞତାର ସ୍ମରଣ କରାଏ । ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ । ପ୍ରତିଟି ଘରେ ଉତ୍ତମ ସ୍ବାସ୍ଥ୍ୟ, ସମୃଦ୍ଧି ଏବଂ ଖୁସି ବିରାଜମାନ କରୁ ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ କରି କହିଛନ୍ତି ।
ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।












Leave a Reply