ଅକ୍ଷର ବ୍ୟୁରୋ: ଆଜି ୪ ଘଣ୍ଟା ପାଇଁ ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଫାଲଗୁନ କୃଷ୍ଣ ଦଶମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି; ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ।












Leave a Reply