ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ନେଇ ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ।

ଅକ୍ଷର ବ୍ୟୁରୋ: ଆଜିଠୁ ପୁଣି ଆରମ୍ଭ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି । ଆଜିଠୁ ୨ ଦିନ ଧରି ମହାପ୍ରଭୁଙ୍କ ଅଳଙ୍କାରର ଗଣତି କରାଯିବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା । ଏବେ ତାହା ପୁଣି ଆରମ୍ଭ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଆଜିଠାରୁ ଗଣତି କାର୍ଯ୍ୟ ଆରମ୍ଭ ହେବାକୁ ଥିବାରୁ ଆଜି ଅପରାହ୍ନ ୪ଟାରୁ ସଂଧ୍ୟା ଧୂପ ସରିବା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଗଣତି କାର୍ଯ୍ୟରେ ଯେପରି କୌଣସି ବାଧା ସୃଷ୍ଟି ନହୁଏ ସେଥିପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial