ଆଜି ପବିତ୍ର ଅଳାଁ ନବମୀ ତଥା ରାଧାପାଦ ଦର୍ଶନ; ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ ।

ଅକ୍ଷର ବ୍ୟୁରୋ: ଆଜି ପବିତ୍ର ଅଳାଁ ନବମୀ । ରାଧା ପାଦ ଦର୍ଶନ ପାଇଁ ସାକ୍ଷୀଗୋପାଳରେ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗିଛି । ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ । ବିଳମ୍ବିତ ରାତିରୁ ଧାଡ଼ିରେ ଠିଆ ହୋଇ ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ । ରାତି ୧ଟାରୁ ମନ୍ଦିର ଖୋଲାଯାଇ ମଙ୍ଗଳ ଆଳତୀ ଅବକାଶ ବେଶ ମଇଲମ ମର୍ଦ୍ଦନ ଅବକାଶ କରାଯାଇ ନଟବର ବେଶ ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ବଲ୍ଲଭ ମଦନମୋହନ ଭୋଗ କରାଯିବା ପରେ ସେବାୟତ ଓ କର୍ମଚାରୀଙ୍କ ପରିବାର ଦର୍ଶନ କରିଥିଲେ । ବର୍ଷକୁ ଥରେ ଓଡ଼ିଆଣୀ ବେଶକୁ ନେଇ ଭକ୍ତଙ୍କ ମନରେ ଉତ୍ସାହ ରହିଛି । ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ତିନି ଥାକିଆ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି । ଶାନ୍ତି ଶୃଙ୍ଖଳା ସହିତ ଶ୍ରଦ୍ଧାଳୁମାନେ ମା’ ଙ୍କୁ ଦର୍ଶନ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି ।

ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁମାନେ ରାଧା ପାଦ ଦର୍ଶନ କରି ବେଶ୍‌ ଆନନ୍ଦିତ ହେଉଛନ୍ତି । ମା’ ରାଧାରାଣୀ ଓଡ଼ିଆଣୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ପ୍ରଶାସନ ପକ୍ଷରୁ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଭିଡ଼ ନିୟନ୍ତ୍ରଣ ପାଇଁ ୨ଜଣ ଅତିରିକ୍ତ ଏସ୍‌ପି, ୧୧ ଡିଏସ୍‌ପି, ୨୧ ଇନ୍ସପେକ୍ଟର, ୭୧ ଏସ୍‌ଆଇ ଏବଂ ଏଏସ୍‌ଆଇ, ୯୨ ହାବିଲଦାର ଓ କନଷ୍ଟେବଲ, ୧୦ ଟ୍ରାଫିକ କନଷ୍ଟେବଲ୍‌, ୨୫୦ ଜଣ ଗୃହରକ୍ଷୀଙ୍କ ସମେତ ୨୩ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)