ଅକ୍ଷର ବ୍ୟୁରୋ: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଭାରତ ମହାସାଗର ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଭାରତ ମହାସାଗର ଅଞ୍ଚଳରେ ପହଞ୍ଚିବ । ଏହାର ପ୍ରଭାବରେ ଆସନ୍ତା ୨୩ ଏବଂ ୨୪ତାରିଖ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରିଛି ।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କଟକ, ଯାଜପୁର, ଭଦ୍ରକ ଜିଲାଗୁଡ଼ିକରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋରଧା, ପୁରୀ, କେନ୍ଦୁଝର, ଯାଜପୁର ଏବଂ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବ । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଛି । ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି ।












Leave a Reply