ଟ୍ୱିନ ସିଟିରେ କାଳବୈଶାଖୀର ପ୍ରଭାବ। ପବନ ସହ ଲଗାଣ ବର୍ଷାରେ ବେହାଲ ହେଲା ଭୁବନେଶ୍ୱର ଓ କଟକ। ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ। ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା। କେନ୍ଦୁଝର, ମୟୂରଭଂଜ, ବାଲେଶ୍ଵର ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି। ୧୮ ତାରିଖ ଯାଏଁ ରହିବ କାଳବୈଶାଖୀ ପ୍ରଭାବ। ଏଭଳିକି କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ।
୧୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ାରେ ମଧ୍ୟ ବର୍ଷା ସମ୍ଭାବନା ଅଛି। ସେହିଭଳି ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ୪୦ରୁ ୫୦ କିଲୋମିଟର ବେଗରେ ଝଡ ପବନ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି। କେନ୍ଦୁଝର, ମୟୁରଭଂଜ, ବାଲେଶ୍ଵର, ଢେଙ୍କାନାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ପଶ୍ଚିମ ଓଡ଼ିଶାକୁ ବାଦ୍ ଦେଲେ ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିବ। ଆସନ୍ତା ୧୮ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ରହିବ। ଏହାପରେ ତାତି କ୍ରମଶଃ ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।












Leave a Reply