ଅକ୍ଷର ବ୍ୟୁରୋ: ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ । ଘୋଷଣା କଲେ ଖାଦ୍ୟ, ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ୧୯ ଜିଲ୍ଲାରେ ପରିବାର ପିଛା ମିଳିବ ଅଧିକ ୫ କେଜି ଚାଉଳ । ୩ ମାସ ପାଇଁ ଅଧିକ ୫ କେଜି ଚାଉଳ ଦେବାକୁ ୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ । ଏନେଇ ୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗର ଚିଠି ।
ଅନୁଗୁଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ ପ୍ରମୁଖ ଜିଲ୍ଲାରେ ପରିବାର ପିଛା ଏହି ଅତିରିକ୍ତ ୫ କେଜି ଚାଉଳ ମିଳିବ । ଏହି ଅତିରିକ୍ତ ଚାଉଳ ପୂର୍ବ ଭଳି ଆଧାର ସଂଯୁକ୍ତ ହିତାଧିକାରୀଙ୍କୁ ହିଁ ମିଳିବ । ଏହି ଯୋଜନା ଦ୍ଵାରା ୧୯ ଟି ଜିଲ୍ଲାର ୭୦.୪୭ ଲକ୍ଷରୁ ଅଧିକ ପରିବାର ଉପକୃତ ହେବେ । ନଭେମ୍ବର ୧୦ ତାରିଖ ସୁଦ୍ଧା ବଣ୍ଟନ ସାରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜାତୀୟ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମିଳିବ ଏହି ଲାଭ ।












Leave a Reply