ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

ଅକ୍ଷର ବ୍ୟୁରୋ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବାତ୍ୟା ସମୀକ୍ଷା । ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଭାଗୀୟ ଅଧିକାରୀଙ୍କ ସହ ଭିସିରେ ଜିଲ୍ଲାପାଳମାନେ ମଧ୍ୟ ଉପସ୍ଥିତ । କେମିତି କରିବେ ପରିସ୍ଥିତିର ସାମ୍ନା ତାକୁ ନେଇ ଆଲୋଚନା । ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ଲାଗି ସମୁଦ୍ର ଅଶାନ୍ତକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ଆସନ୍ତାକାଲିଠାରୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଏନେଇ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକର ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ମତ୍ସ୍ୟଜୀବୀମାନଙ୍କୁ ସଚେତନ କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ସେମାନଙ୍କୁ ମାଛ ମାରିବାକୁ ନଯିବାକୁ ସାଗର ମିତ୍ରମାନେ ସଚେତନ କରିଛନ୍ତି । ଯେଉଁ ମାନେ ମାଛ ମାରିବାକୁ ସମୁଦ୍ର ମଧ୍ୟକୁ ଯାଇଛନ୍ତି ସେମାନେ ଯଥାଶୀଘ୍ର ଫେରି ଆସିବା ସହିତ ନିଜ ନିଜ ଜାଲ, ଡ଼ଙ୍ଗା ଆଦିକୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ କୁହାଯାଉଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)