ଅକ୍ଷର ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମୀକ୍ଷା । ମୁକାବିଲା ପାଇଁ ପୂରା ପ୍ରସ୍ତୁତ ସରକାର । ରାଜୀବ ଭବନରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଲିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । କେମିତି ବାତ୍ୟା ମୋନ୍ଥାକୁ ମୁକାବିଲା କରାଯିବ ସେନେଇ ଚାଲିଛି ମାନସମନ୍ଥନ । ଜରୁରୀକାଳୀନ ସାମଗ୍ରୀ ମହଜୁଦ ରଖାଯାଇଥିବା ବେଳେ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ କରାଯାଇଛି । ବିଭାଗୀୟ ଅଧିକାରୀଙ୍କ ସହ ଜିଲ୍ଲାପାଳ ମାନେ ଭିସିରେ ଉପସ୍ଥିତ ରହିଛନ୍ତି । ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଅଞ୍ଚଳ ପାଇଁ ସ୍ୱତନ୍ତ୍ର ଦୃଷ୍ଟି ରଖିଛନ୍ତି ସରକାର । ତେବେ ସମ୍ଭାବ୍ୟ ବାତ୍ୟା ପାଇଁ ପୂରା ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ପ୍ରାୟ ୧୫ ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି । ବିଶେଷକରି ଦକ୍ଷିଣାଞ୍ଚଳ ଓ ଉପକୂଳ ଜିଲ୍ଲାରେ ପ୍ରଭାବ ପଡ଼ିପାରେ । ଯଦି ବି ବାତ୍ୟା ଦିଗ ପରିବର୍ତ୍ତନ କରେ ତାହେଲେ ବି ପ୍ରସ୍ତୁତ । ଜଳସମ୍ପଦ, ପଞ୍ଚାୟତିରାଜ, କୃଷି, ଶକ୍ତି ବିଭାଗକୁ ସଜାଗ କରିଛୁ । ଅତୀତର ଅନୁଭୂତିକୁ ଦେଖି ସବୁ ପଦକ୍ଷେପ ନେଇଛୁ । ଯଦି କେହି ପାଣିରେ ରୁହନ୍ତି, ରନ୍ଧା ଖାଦ୍ୟ ଯୋଗାଇବୁ ବୋଲି କହିଛନ୍ତି ମନ୍ତ୍ରୀ ।
ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମୀକ୍ଷା; ଅତୀତର ଅନୁଭୂତିକୁ ଦେଖି ସବୁ ପଦକ୍ଷେପ ନେଇଛୁ ।












Leave a Reply