ଅକ୍ଷର ବ୍ୟୁରୋ: ରାଜଧାନୀରେ ଲାଗିବ ସଡ଼କ ଦୁର୍ଘଟଣା ଘଣ୍ଟା । ଭୁବନେଶ୍ୱରର ଏଜି ଛକରେ ସ୍ଥାପନ ହେବ ଓଡ଼ିଶା ସଡ଼କ ଦୁର୍ଘଟଣା ଘଣ୍ଟା । ସଡ଼କ ଦୁର୍ଘଟଣା ବିଷୟରେ ଜନସଚେତନତା ସୃଷ୍ଟି କରିବା ଏବଂ ସକାରାତ୍ମକ ଆଚରଣଗତ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଲାଗିବ ଘଣ୍ଟା । ମେସର୍ସ ଆଡସଫ୍ଟ ଟେକ୍ନୋଲୋଜି ଲିମିଟେଡ୍ ପକ୍ଷରୁ ଦୁର୍ଘଟଣା ଘଣ୍ଟା ପାଇଁ ଏକ ବାହ୍ୟ ଭିଡିଓ ୱାଲ୍ ପାଇଁ ଏକ ଟେକ୍ନୋ-କମର୍ସିଆଲ୍ ପ୍ରସ୍ତାବ ମଧ୍ୟ ପ୍ରାପ୍ତ ହୋଇଛି । ପରିବହନ କମିଶନରଙ୍କ ସହ ପରାମର୍ଶ କରି ଦୁର୍ଘଟଣା ଘଣ୍ଟା ସ୍ଥାପନ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡର ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଧେଶକ ଚିଠି ଲେଖିଛନ୍ତି ।
ରାଜଧାନୀରେ ଲାଗିବ ସଡ଼କ ଦୁର୍ଘଟଣା ଘଣ୍ଟା; ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡର ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଧେଶକଙ୍କ ଚିଠି ।












Leave a Reply