ରାଜ୍ୟ ସରକାରଙ୍କ ପକ୍ଷରୁ ସାବିତ୍ରୀ ଛୁଟି ତାରିଖ ବଦଳା ଯାଇଛି । ପୂର୍ବରୁ ମେ ୨୭ ତାରିଖରେ ସାବିତ୍ରୀ ପଡୁଥିବା ବେଳେ ବର୍ତ୍ତମାନ ୨୬ ତାରିଖରେ ଏହା ପାଳନ କରାଯିବ ବୋଲି ଜଣା ପଡିଛି । ଛୁଟି ତାରିଖରେ ପରିବର୍ତ୍ତନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି । ଏ ସଂକ୍ରାନ୍ତରେ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁର ପ୍ରଦାନ କରିଛନ୍ତି । ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା । ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ । ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି । ଫଳରେ ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।















Leave a Reply