ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ଜିଲ୍ଲାରେ ସମସ୍ତ ସ୍କୁଲ୍ ବନ୍ଦ ।

ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ, ମାଲକାନାଗିରି, ଗଞ୍ଜାମ ଓ ନୂଆପଡ଼ା ଜିଲ୍ଲାରେ ଆଜି ସମସ୍ତ ସ୍କୁଲ୍ ବନ୍ଦ ରହିଛି । ଛାତ୍ରୀଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ମାଲକାନାଗିରି ଜିଲ୍ଲାରେ ସମସ୍ତ ସରକାରୀ, ବେସରକାରୀ ସ୍କୁଲ୍ ଓ ଅନୁଦାନ ପ୍ରାପ୍ତ ସ୍କୁଲଗୁଡିକୁ ବନ୍ଦ ରଖିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି କୋରାପୁଟରେ ମଧ୍ୟ ଜିଲ୍ଲାପାଳ ସମାନ ନିର୍ଦ୍ଦେଶ ଦେଇଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅନ୍ୟ କର୍ମଚାରୀଙ୍କୁ ସ୍କୁଲରେ ଉପସ୍ଥିତ ରହିବା ପାଇଁ କୁହାଯାଇଛି । ଅନ୍ୟପଟେ ଗଞ୍ଜାମ ଜିଲ୍ଲାରେ ଆଜି ସ୍କୁଲ୍ ସମେତ ଅଙ୍ଗନବାଡି କେନ୍ଦ୍ରଗୁଡିକୁ ବନ୍ଦ ରଖିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଖାଲି ସେତିକି ନୁହେଁ ଆଜି ଠାରୁ ଦୁଇଦିନ ପର୍ଯ୍ୟନ୍ତ ଜିଲ୍ଲାର କୌଣସି ସରକାରୀ କର୍ମଚାରୀ ଜିଲ୍ଲା ମୁଖ୍ୟାଳୟ ଛାଡିପାରିବେ ନାହିଁ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)