ଅକ୍ଷର ବ୍ୟୁରୋ: ମୁଖ୍ୟ ଶାସନ ସଚିବଙ୍କ ସଚିବସ୍ତରୀୟ ବୈଠକ । ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରି ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈଠକରେ ଅର୍ଥ ବିଭାଗ ପକ୍ଷରୁ ୨୦୨୫-୨୬ ଆର୍ଥିକ ବର୍ଷରେ ଅଦ୍ୟାବଧି ହୋଇଥିବା ଆର୍ଥିକ ସ୍ଥିତି ଉପସ୍ଥାପନ କରାଯାଇଥିଲା । ଏହି ଆର୍ଥିକ ବର୍ଷରେ ବଜେଟ ଅନୁମୋଦନ ଅନୁସାରେ ଅଦ୍ୟାବଧି ବିଭିନ୍ନ ବିଭାଗ ଦ୍ୱାରା ହୋଇଥିବା ଖର୍ଚ୍ଚ ଓ ରାଜସ୍ୱ ଆଦାୟ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ସଂପର୍କିତ ଆଲୋଚନା କରାଯାଇଥିଲା ।
ବିଭିନ୍ନ ବିଭାଗରେ ଖାଲିଥିବା ପଦବି ପୂରଣ କାର୍ଯ୍ୟ ତ୍ୱରାନ୍ୱିତ କରାଯିବା ସଂପର୍କରେ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ଆଗାମୀ ଜୁନ୍ ମାସ ସୁଦ୍ଧା ରାଜ୍ୟ ସରକାର ବିଭିନ୍ନ ବିଭାଗରେ ଖାଲିଥିବା ୬୫ ହଜାର ପଦବି ପୂରଣ ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବା ବେଳେ ତନ୍ମଧ୍ୟରୁ ୪୧,୦୬୩ଟି ପଦବି ପୂରଣ ହୋଇଛି ଏବଂ ଅବଶିଷ୍ଟ ପଦବି ପୂରଣ ପାଇଁ ପଦକ୍ଷେପ ନିଆଯାଇଥିବା ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ।












Leave a Reply