ରତିପାଲିରେ ଚାଞ୍ଚଲ୍ୟ: ପୋଖରୀରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ

ଅକ୍ଷର ବ୍ୟୁରୋ: ରତିପାଲି କନିଆ ଡବରୀ ଗାଁରେ ଏକ ପୋଖରୀରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୋଖରୀରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

ପ୍ରାଥମିକ ତଦନ୍ତରେ ମୃତ ଯୁବକଙ୍କ ପରିଚୟ ମିଳିନଥିବା ବେଳେ, ତାଙ୍କ ମୃତ୍ୟୁ କେଉଁ ପରିସ୍ଥିତିରେ ଘଟିଛି ସେନେଇ ରହସ୍ୟ ଘନୀଭୂତ ହୋଇଛି। ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ପରିଚୟ ଜାଣିବା ସହ ମୃତ୍ୟୁର ପ୍ରକୃତ କାରଣ ଉଦ୍ଘାଟନ ପାଇଁ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି। ପୋଷ୍ଟମର୍ଟମ୍ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ସ୍ପଷ୍ଟ ହେବ ବୋଲି ପୁଲିସ କହିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)