ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ହେଲା ଭାଇରାଲ୍‌; ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ଅକ୍ଷର ବ୍ୟୁରୋ: ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ । ଭାଇରାଲ୍‌ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ । ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋ ଭାଇରାଲ୍‌ । ଅତି ନିକଟରୁ ଫଟୋ ନିଆଯାଇଥିବା ଦେଖିବାକୁ ମିଳିଛି । ଯାଞ୍ଚ ସତ୍ତ୍ୱେ ମୋବାଇଲ କିପରି ଯାଉଛି ଭିତରକୁ ତାକୁ ନେଇ ପ୍ରଶ୍ନବାଚୀ । ଏହାକୁ ନେଇ ଜଗନ୍ନାଥ ପ୍ରେମୀଙ୍କ ମନରେ ଗଭୀର ଆଘାତ ସୃଷ୍ଟି ହୋଇଛି ।

ଅନ୍ୟପଟେ, ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍‌ ଘଟଣା ପରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ମନ୍ତ୍ରୀ କହିଛନ୍ତି କଠୋର ଦଣ୍ଡବିଧାନ ପାଇଁ ଚିନ୍ତା କରୁଛନ୍ତି ସରକାର । କଠୋର ପଦକ୍ଷେପ ନେଇ କିପରି ବନ୍ଦ କରାଯିବ ଆଲୋଚନା ଚାଲିଛି । ପୁରୁଣା ଆଇନରେ ଅନେକଗୁଡ଼ିଏ ଦଣ୍ଡବିଧାନର ପ୍ରାବଧାନ ଅଛି । ସେଥିରେ କିଛିଟା ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ମନ୍ଦିର ଭିତରେ ଫଟୋ ଉଠା ସମ୍ପୂର୍ଣ୍ଣ ବନ୍ଦ କରିବାକୁ ପ୍ରକ୍ରିୟା ଚାଲିଛି’ । ବ୍ୟକ୍ତି ଜଣକ କିଭଳି ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇଛନ୍ତି ତାହାର ତଦନ୍ତ ନିହାତି ଜରୁରୀ । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)